ଭୁବନେଶ୍ବରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା ହେବ । ଏନେଇ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବରର କ୍ରମ ବର୍ଦ୍ଧିଷ୍ଣୁ ପରିସର ଓ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବ୍ୟବସ୍ଥାକୁ ସୁଦୃଢ଼ କରି ଧନଜୀବନକୁ ସୁରକ୍ଷା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି । ଏହି ୩ଟି ଅଗ୍ନିଶମ ସେବା କେନ୍ଦ୍ର ତମାଣ୍ଡୋ, ମଞ୍ଚେଶ୍ବର ଓ ପାହାଳରେ ପ୍ରତିଷ୍ଠା କରାଯିବ । ଏଥିପାଇଁ ୪୫ଟି ପଦବୀ ମଧ୍ୟ ଅନୁମୋଦନ କରାଯାଇଛି । ପ୍ରତ୍ୟେକ କେନ୍ଦ୍ରରେ ୧୫ ଜଣ ଲେଖାଏଁ କର୍ମଚାରୀ ରହିବେ । ଏହାସହ ଜଣେ ଷ୍ଟେସନ ଅଫିସର, ଦୁଇ ଜଣ ଲିଡିଂ ଫାୟାରମ୍ୟାନ, ଜଣେ ଡ୍ରାଇଭର-ହାବିଲଦାର, ଜଣେ ଫାୟାରମ୍ୟାନ ଡ୍ରାଇଭର ଓ ୧୦ ଜଣ ଫାୟାରମ୍ୟାନ ଅଛନ୍ତି ।
“The eyes believe themselves, the ears believe other people.”
More Stories
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍