ଦେଶରେ ଆତଙ୍କ ଖେଳାଇଛି ମଙ୍କିପକ୍ସ । ଏଣେ ସତର୍କ ହେଲେଣି ରାଜ୍ୟ ସରକାର । ଭୁବନେଶ୍ୱର ଆରଏମଆରସିରେ ହେବ ମଙ୍କିପକ୍ସ ନମୁନା ପରୀକ୍ଷା । ଏନେଇ ସୂଚନା ଦେଇଛନ୍ତି ଆରଏମଆରସି ନିର୍ଦ୍ଦେଶିକା ଡାକ୍ତର ସଂଘମିତ୍ରା ପତି । ଆରଏମଆରସିରେ ନମୁନା ପରୀକ୍ଷା ପାଇଁ ସମସ୍ତ ପ୍ରକାରର ଭିତ୍ତିଭୂମି ପ୍ରସ୍ତୁତ ରହିଛି । ଏନଆଇଭି ପୁନେରୁ କେବଳ କିଟ୍ ଅଣାଯାଇ ପରୀକ୍ଷା କରାଯିବ । ନମୁନା ପରୀକ୍ଷା ଅନୁମତି ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟକୁ ଚିଠି ଲେଖାଯାଇଛି । ଅଗଷ୍ଟ ମାସ ସୁଦ୍ଧା ଭୁବନେଶ୍ୱରରେ ମଙ୍କିପକ୍ସ ଟେଷ୍ଟିଂ ଆରମ୍ଭ ହୋଇପାରେ ବୋଲି ଡାକ୍ତର ସଂଘମିତ୍ରା ପତି କହିଛନ୍ତି । ତେବେ ଏଯାଏଁ ଓଡ଼ିଶାରେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି । ବିଦେଶ ଫେରନ୍ତାଙ୍କ ତାଲିକା କେନ୍ଦ୍ରକୁ ମଗାଯାଇଛି । ଜିଲ୍ଲାସ୍ତରରେ ଲୋକଙ୍କୁ ସଚେତନ କରାଯାଉଛି । ସ୍ବାସ୍ଥ୍ୟ ବିଭାଗ ଖୁବଶୀଘ୍ର ଏନେଇ ଏସଓପି ଜାରି କରିବ ।
“The eyes believe themselves, the ears believe other people.”
More Stories
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା
ସହର ଭିତରୁ ହଟିବ ଜେଲ୍, ନୂଆ ଜେଲରେ ରହିବେ କଏଦୀ
ଖୁବଶୀଘ୍ର ରାଜ୍ୟରେ କାର୍ଯ୍ୟକ୍ଷମ ହେବ 10ଟି ବଡ ଶିଳ୍ପ