ଭୁବନେଶ୍ୱର ଏମ୍ସରେ ବାଲେଶ୍ୱର ସାଂସଦ । ନିମୋନିଆ ଜ୍ୱରରେ ଆକ୍ରାନ୍ତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍ସକୁ ଆସିଛନ୍ତି । ବାଲେଶ୍ୱରରୁ ଜଣେ ଡାକ୍ତରଙ୍କ ସହ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ୱର ଆଣାଯାଇଛି । ଭୁବନେଶ୍ୱର ଏମ୍ସ ପହଞ୍ଚିବା ପରେ ହ୍ୱିଲ ଚେୟାରର ବସାଇ ସାଂସଦଙ୍କୁ ଏମ୍ସ ହସ୍ପିଟାଲ ଭିତରକୁ ନିଆଯାଇ ଚିକିତ୍ସା ଆରମ୍ଭ କରାଯାଇଛି । ପ୍ରାୟ ଏକ ସପ୍ତାହ ଧରି ଜ୍ୱରରେ ପୀଡିତ ହେବା ପରେ ଗତକାଲି ଛାତିରେ ଯନ୍ତ୍ରଣା ହେବାରୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ ସାଂସଦ । ଡାକ୍ତର ସ୍ୱାସ୍ଥ୍ୟ ପରୀକ୍ଷା କରିବା ପରେ ସେ ନିମୋନିଆ ଜ୍ୱରରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । ଏହାପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଆଇସିୟୁରେ ରଖି ଚିକିତ୍ସା କରାଯାଇଥିଲା । ଆଜି ସକାଳେ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ରେଫର କରିଥିଲେ ଡାକ୍ତର ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ