ମଣିପୁର ଭାଇରାଲ ଭିଡିଓ ଘଟଣାକୁ ନେଇ ଥମୁନି ହିଂସା । ଆଜି ବି ମଣିପୁରର ବିଭିନ୍ନ ସ୍ଥାନରେ ହିଂସା ଦେଖିବାକୁ ମିଳିଛି । ବିଭିନ୍ନ ସଂଗଠନ ପକ୍ଷରୁ ପ୍ରତିବାଦ ଜାରି ରହିଛି । ହିଂସାକୁ ରୋକିବା ପାଇଁ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିଛି । ଅନ୍ୟପଟେ ଏହି ଘଟଣାରେ ଆଉ ଜଣେ ଅଭିଯୁକ୍ତକୁ ମଣିପୁର ପୋଲିସ ଗିରଫ କରିଛି । ଏହାସହିତ ଏହି ଘଟଣାରେ ଗିରଫ ସଂଖ୍ୟା ୫ରେ ପହଁଚିଛି । ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ପୋଲିସ ସ୍ୱତନ୍ତ୍ର ଟିମ୍ କରି ଚଢ଼ାଉ ଜାରି ରଖିଛି । ସେପଟେ ମାମଲାରେ ହସ୍ତକ୍ଷେପ କରିବାକୁ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଛନ୍ତି । ମଣିପୁରରେ ଶାନ୍ତି ଫେରାଇ ଆଣିବା ପାଇଁ ପଦକ୍ଷେପ ନେବାକୁ ସେ ନିବେଦନ କରିଛନ୍ତି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ