The Topmost

“The eyes believe themselves, the ears believe other people.”

ମଧ୍ୟପ୍ରଦେଶରେ ସ୍ଥାପିତ ହେବ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି

ମଧ୍ୟପ୍ରଦେଶ ବୁରହାନପୁର ଜିଲ୍ଲାର ଆସିରଗଡ଼ ଦୁର୍ଗରେ ବୀରସୁରେନ୍ଦ୍ର ସାଏଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସହ ସ୍ମାରକୀ ସ୍ଥାପନା କରାଯିବ । ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ପରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ପ୍ରତିଶ୍ରୁତି ଦେଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ ପରେ ଚିଠିର ଉତର ରଖି ଏହି ସୂଚନା ଦିଆଯାଇଛି । ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଚିଠିରେ ଲେଖିଛନ୍ତି ଯେ, ବୀର ସୁରେନ୍ଦ୍ର ସାଏଙ୍କ ସ୍ମାରକୀ ଓ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ବିଶେଷଜ୍ଞଙ୍କ ପରାମର୍ଶ ପରେ ଯୋଜନା କରାଯିବ । ଜାନୁଆରୀ ୧୮ତାରିଖରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିବା ସହ ଏନେଇ ବ୍ୟକ୍ତିଗତ ସ୍ତରରେ ହସ୍ତକ୍ଷେପ କରିବା ପାଇଁ ଅନୁରୋଧ କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏବେ ଏହାର ଉତ୍ତର ଦେଇ ଏନେଇ ଉଚିତ ପଦକ୍ଷପ ନେବାକୁ ପ୍ରତିଶ୍ରୁତି ଦେଇଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ।