ମସ୍ତିଷ୍କ ମ୍ୟାଲେରିଆ ପାଇଁ ପ୍ରସ୍ତୁତ ହେଲା ଔଷଧ । ଭୁବନେଶ୍ବର ଆଇଏଲ୍ଏସ୍କୁ ସଫଳତା । ଜାପାନୀ ଜ୍ୱର ରୋଗରୁ ମଧ୍ୟ ଦେବ ସୁରକ୍ଷା । ଆଇଏଲ୍ଏସ୍ର ବୈଜ୍ଞାନିକ ଡକ୍ଟର ଅରୁଣ ନାଗରାଜ ଓ ତାଙ୍କ ଟିମ୍ ବ୍ରେନ୍ ମ୍ୟାଲେରିଆ ବା ମସ୍ତିଷ୍କ ମ୍ୟାଲେରିଆ ପାଇଁ ଔଷଧ ଉଦ୍ଭାବନ କରିଛନ୍ତି । ଏହା ଗୁରୁତର ମ୍ୟାଲେରିଆ ଓ ମସ୍ତିଷ୍କ ମ୍ୟାଲେରିଆରୁ ରୋଗୀଙ୍କ ଜୀବନ ରକ୍ଷା କରିବ ବୋଲି ନାଗରାଜଙ୍କ ଟିମ୍ ଦାବି କରିଛନ୍ତି । ଏହି ଔଷଧର ନାମ ରହିଛି ଗ୍ରିସେଫୁଲଭିନ । ଅନୁମତି ମିଳିଲେ ଆଗକୁ ଏହାକୁ ରୋଗୀ ଚିକିତ୍ସାରେ ବ୍ୟବହାର କରାଯିବ ବୋଲି ସୂଚନା ମିଳିଛି । ଏହି ଔଷଧର ବଜାର ମୂଲ୍ୟ ଅପେକ୍ଷାକୃତ କମ୍ ରହିବ । ଉଭୟ ଶିଶୁ ଏବଂ ବୟସ୍କ ରୋଗୀଙ୍କ ପାଇଁ ଏହା ସମ୍ପୂର୍ଣ୍ଣ ନିରାପଦ ହୋଇପାରିବ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ