The Topmost

“The eyes believe themselves, the ears believe other people.”

ମହାକାଶ ଗବେଷଣା କ୍ଷେତ୍ରରେ ନୂଆ ଇତିହାସ

ଇସ୍ରୋ ପକ୍ଷରୁ ଲଞ୍ଚ ହୋଇଛି ୯ଟି ସାଟେଲାଇଟ । ମହାକାଶ ଗବେଷଣା କ୍ଷେତ୍ରରେ ନୂଆ ଇତିହାସ । ଶ୍ରୀହରିକୋଟା ସତୀଶ ଧାଓ୍ବନ ସ୍ପେସ୍ ସେଣ୍ଟରରୁ ଉତକ୍ଷେପଣ ହୋଇଛି ରକେଟ । ତେବେ ଏହି ୯ଟି ସାଟେଲାଇଟ ମଧ୍ୟରେ ରହିଛି ମୁଖ୍ୟ ସାଟେଲାଇଟ୍ EOS-06 ଓ ୮ଟି ନାନୋ ସାଟେଲାଇଟ । ଦିନ ୧୧ଟା ୫୬ରେ ଓସେନସେଟ ସାଟେଲାଇଟ ଉତକ୍ଷେପଣ କରାଯାଇଛି । ଶ୍ରୀହରିକୋଟାର ସତୀଶ ଧାଓ୍ବନ ସ୍ପେଶ ସେଣ୍ଟରରୁ ଉତକ୍ଷେପଣ ହୋଇଛି । ଏହା ମଧ୍ୟରେ ଭାରତ ଓ ଭୁଟାନର ଜଏଣ୍ଟ ସାଟେଲାଇଟ ରହିଛି । ଏହି ଭୁଟାନସେଟ ସାଟେଲାଇଟରେ ରିମୋଟ ସେନସିଂ କ୍ୟାମେରା ଲାଗିଛି । ଏହାଦ୍ବାରା ଇସ୍ରୋକୁ ଫଟୋ ମାଧ୍ୟମରେ ବହୁ ଗୁରୁତ୍ବପୂର୍ଣ୍ଣ ତଥ୍ୟ ମିଳିପାରିବ ।