ମହାନଦୀରେ ଆସିପାରେ ମଧ୍ୟମ ଧରଣର ବନ୍ୟା । ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କହିଛନ୍ତି । ହୀରାକୁଦ ଡ୍ୟାମରୁ ବହୁତ ପାଣି ଆସୁଛି । ତାକୁ ରେଗୁଲେଟ କରାଯାଉଛି । ଆଶା କରାଯାଉଛି ମୁଣ୍ଡଳୀଠାରେ ୧୦ ଲକ୍ଷ ୫୦ ହଜାର କ୍ୟୁସେକ ବନ୍ୟାଜଳ ଅତିକ୍ରମ କରିବ। ଏଥିପାଇଁ ଜଳସମ୍ପଦ ବିଭାଗ ସଜାଗ ଥିବା ବେଳେ ବିଭିନ୍ନ ନଦୀବନ୍ଧ ଉପରେ ନଜର ରଖାଯାଇଛି । ବଡ ଘାଇ ହେବାର ସମ୍ଭାବନା ନଥିବା କହିଛନ୍ତି ସୁରେଶ ମହାପାତ୍ର । ଆବଶ୍ୟକୀୟ ପଦକ୍ଷେପ ନେବାପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ରହିଛି । ପାଟ୍ରୋଲିଂ କରାଯିବ। ତଳିଆ ଅଂଚଳରେ ବସବାସ କରୁଥିବା ଲୋକଙ୍କ ଘରେ ବର୍ଷା ପାଣି ପଶିଛି । ଆବଶ୍ୟକୀୟ ସ୍ଥଳେ ସ୍ଥାନାନ୍ତର କରିବା ପାଇଁ କୁହାଯାଇଥିବା ମୁଖ୍ୟ ଶାସନ ସଚିବ କହିଛନ୍ତି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ