ମହାରାଷ୍ଟ୍ରରେ ଶରଦ ପାୱାର ନେତୃତ୍ୱାଧୀନ ଏନସିପିକୁ ବଡ ଝଟକା । ଅଜିତ ପାୱାରଙ୍କ ଏନସିପିକୁ ଅସଲ ଏନସିପି ବୋଲି ସ୍ୱୀକୃତି ଦେଇଛନ୍ତି ନିର୍ବାଚନ କମିଶନ । କମିଶନ କହିଛନ୍ତି, ସମସ୍ତ ତଥ୍ୟ ପ୍ରମାଣକୁ ଆଧାର କରି ଏହି ନିଷ୍ପତ୍ତି ନିଆଯାଇଛି । ଏବେ ଅଜିତ ପାୱାର ଗୋଷ୍ଠୀ ଏନସିପିର ନାଁ ଓ ନିର୍ବାଚନ ଚିହ୍ନ ବ୍ୟବହାର କରିପାରିବେ । ଏବେ ଶରଦ ପାୱାର ଗୋଷ୍ଠୀ ନୂଆ ଚିହ୍ନ ଓ ନାଁ ପାଇଁ ଆବେଦନ କରିବେ । ଏଥିପାଇଁ ବୁଧବାର ଦିନ ୩ଟା ଯାଏଁ ସମୟ ଦିଆଯାଇଛି । ୬ ମାସରୁ ଅଧିକ ସମୟ ଧରି ଚାଲିଥିବା ଶୁଣାଣିରେ ବିବାଦ ନେଇ ୧୦ ଥର ବୈଠକ କରିଥିଲେ ନିର୍ବାଚନ କମିଶନ । କମିଶନ କହିଛନ୍ତି, ଅଜିତ ପାୱାର ଗୋଷ୍ଠୀ ପାଖରେ ଏନସିପିର ସଙ୍ଗଠନାତ୍ମକ ବହୁମତ ରହିଛି । ଶରଦ ପାୱାର ଗୋଷ୍ଠୀ ଏଥିରେ ଅସଫଳ ହୋଇଛି । ସେପଟେ ନିର୍ବାଚନ କମିଶନଙ୍କ ନିଷ୍ପତିକୁ ଚ୍ୟାଲେଞ୍ଜ କରି ଏନସିପିର ଶରଦ ପାୱାର ଗୋଷ୍ଠୀ ସୁପ୍ରିମକୋର୍ଟ ଯିବ ବୋଲି କହିଛି ।
“The eyes believe themselves, the ears believe other people.”
More Stories
କଳାହାଣ୍ଡି ଗସ୍ତରେ ମୁଖ୍ୟମନ୍ତ୍ରୀ, ଲାଗିଛି ବ୍ୟାପକ ପ୍ରସ୍ତୁତି
କଥା ରଖିଲେ ମୋହନ, ଶ୍ରୀମନ୍ଦିରକୁ 500 କୋଟିର କର୍ପସ ପାଣ୍ଠି ମଞ୍ଜୁର
ସବୁଠୁ ବଡ ସମସ୍ୟା ମହିଳାଙ୍କ ସୁରକ୍ଷା- ସୁପ୍ରିୟା ଶ୍ରୀନେତ