ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ହେବା ପରେ ଏହା ତାଙ୍କର ଦ୍ୱିତୀୟ ଓଡ଼ିଶା ଗସ୍ତ । ସକାଳ ୧୧ଟା ୪୫ ମିନିଟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି । ଏହା ପରେ ୧୨ଟା ୫ରେ ରାଷ୍ଟ୍ରପତି ଉତ୍କଳ ମଣ୍ଡପରେ ପହଞ୍ଚିବେ । ସେଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ । ସେଠାରୁ ୧ଟା ୨୫ ମିନିଟରେ ମଧ୍ୟାହ୍ନ ଭୋଜନ ନିମନ୍ତେ ରାଜଭବନ ଯିବେ । ରାଜଭବନରେ ମଧ୍ୟାହ୍ନ ଭୋଜନ କରିବା ପରେ ଅପରାହ୍ନ ୪ଟା ୫ ମିନିଟରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ କାର୍ଯ୍ୟକ୍ରମକୁ ଯିବେ ମହାମହିମ । ରାଷ୍ଟ୍ରପତି ହେବା ପରେ ନିଜେ ପଢ଼ୁଥିବା ବିଶ୍ୱବିଦ୍ୟାଳୟକୁ ପ୍ରଥମଥର ପାଇଁ ଯିବେ ମ୍ୟାଡାମ ପ୍ରେସିଡେଣ୍ଟ । ଉତ୍ସବରେ ରାଷ୍ଟ୍ରପତିଙ୍କ ଦୀକ୍ଷାନ୍ତ ଭାଷଣ ରହିବ। ଏହି ଅବସରରେ ୨୨ ଜଣଙ୍କୁ ସ୍ବର୍ଣ୍ଣପଦକ ଓ ୪ ଜଣଙ୍କୁ ସମ୍ମାନ ସୂଚକ ଡିଲିଟ୍ ଉପାଧି ପ୍ରଦାନ କରାଯିବ । ଏହାସହ ୭ ହଜାର ୪୩୦ ଜଣ ଛାତ୍ରୀଙ୍କୁ ମିଳିବ ଡିଗ୍ରୀ ସାର୍ଟିଫିକେଟ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି