ଓଡ଼ିଶାରେ କମ୍ ପବନ ବେଶୀ ବର୍ଷା । ଦକ୍ଷିଣ-ଉପକୂଳ ଓଡ଼ିଶାରେ ପଡ଼ିବ ବାତ୍ୟା ପ୍ରଭାବ । ସୋମବାର ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି, କୋରାପୁଟକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହି ଜିଲ୍ଲା ଗୁଡ଼ିକରେ ୭୦ ରୁ ୨୦୦ ମିଲିମିଟର ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦କିଲୋମିଟର ବେଗରେ ପବନ ବହିବ । ସମ୍ଭାବ୍ୟ ସ୍ଥିତିକୁ ନଜରରେ ରଖି ୫ ଜିଲ୍ଲାରେ ଓଡ୍ରାଫ ଟିମ୍ ମୁତୟନ କରାଯାଇଛି । ଅତିରିକ୍ତ ଅଗ୍ନିଶମ ବାହିନୀ ସଜାଗ ରହିଛନ୍ତି । ବିଭିନ୍ନ ବିଭାଗ ସହ ଏସଆରସି ଜରୁରୀ ବୈଠକ କରିବା ସହ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ୨୦ ହଜାର ମାଛଧରା ଡଙ୍ଗା କୂଳକୁ ଆସିଛି । ଆଉ କୌଣସି ମତ୍ସଜୀବୀଙ୍କ ଡଙ୍ଗା ସମୁଦ୍ରରେ ନାହିଁ । ବାତ୍ୟା ମିଗଜୋମ୍ ଉପରେ ଏସଆରସି କାର୍ଯ୍ୟାଳୟ ତୀକ୍ଷ୍ନ ନଜର ରଖିଛି ପ୍ରବଳ ବର୍ଷାରେ ଧାନ ଓ ପରିବା ଫସଲ ନଷ୍ଟ ହେବା ଆଶଙ୍କା ରହିଛି । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ବର୍ଷାକୁ ଆଖି ଆଗରେ ରଖି ଯୋଗାଣ ବିଭାଗ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ୬ତାରିଖ ଯାଏଁ ସମୁଦ୍ର ଯିବାକୁ ବାରଣ କରାଯାଇଛି। ଏହାସହ ସବୁ ବନ୍ଦରରେ ୨ ନମ୍ବର ବିପଦ ସଙ୍କେତ ଜାରି କରିଛି ପାଣିପାଗ କେନ୍ଦ୍ର। ଆସନ୍ତାକାଲି ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଏବଂ ନୟାଗଡ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ୭ ତାରିଖରେ ମଧ୍ୟ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ରହିଛି।
More Stories
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି