ରାଉରକେଲାରୁ କୋଲକାତାକୁ ବିମାନ ସେବା । ରାଜ୍ୟ ସରକାରଙ୍କ ସହଯୋଗରେ ପ୍ରଥମ ଥର ପାଇଁ ରାଉରକେଲା ଓ କୋଲକାତା ମଧ୍ୟରେ ଆରମ୍ଭ ହେଉଛି ବିମାନସେବା । ଏଥିପାଇଁ ରାଜ୍ୟ ସରକାର ଭାୟାବିଲିଟି ଗ୍ୟାପ୍ ଫଣ୍ଡିଂ ଜରିଆରେ ଅର୍ଥ ଯୋଗାଇ ଦେଉଛନ୍ତି । ୩୫ଟି ଆସନ ପାଇଁ VGF ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର । ଏହା ଦ୍ବାରା ଯାତ୍ରୀମାନେ ମାତ୍ର ଦେଢ ଘଣ୍ଟାରେ ରାଉରକେଲାରୁ କୋଲକାତା ଯାତ୍ରା କରିପାରିବେ । ଆଲାଏନ୍ସ ଏୟାର ପକ୍ଷରୁ ସପ୍ତାହକୁ ୩ ଦିନ ଯଥା- ମଙ୍ଗଳବାର, ଗୁରୁବାର, ଶନିବାର ବିମାନ ସେବା ଯୋଗାଇ ଦିଆଯିବ । ଏହାଦ୍ବାରା ସୁନ୍ଦରଗଡ ଜିଲ୍ଲାରେ ଶିଳ୍ପ ଓ ପର୍ଯ୍ୟଟନ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧିର ସମ୍ଭାବନା ସୃଷ୍ଟି ହୋଇଛି । ରାଉରକେଲାରୁ କୋଲକାତାକୁ ପ୍ରାରମ୍ଭିକ ବିମାନ ଦେୟ ୧ ହଜାର ୯୯୯ ଟଙ୍କା ରହିଛି।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା