ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ଯୁକ୍ତ୨ ଥିଓରି ପରୀକ୍ଷା । ଆଜିଠାରୁ ଫେବ୍ରୁଆରି ୨୭ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ପରୀକ୍ଷା ପରିଚାଳନା ହବ୍ ଗୁଡ଼ିକୁ ପ୍ରଶ୍ନପତ୍ର ସମେତ ଅନ୍ୟାନ୍ୟ ଜରୁରୀ କାଗଜପତ୍ର ପଠାଯିବ। ତାହାକୁ ନଜରରେ ରଖି ହବଗୁଡ଼ିକର ସୁରକ୍ଷା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପରିଷଦ ପକ୍ଷରୁ ସମସ୍ତ ହବ୍ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ପାଇଁ ୨୦୨ଟି ହବ୍ କରାଯାଇଛି। ସେଥିମଧ୍ୟରୁ ୨୦୧ଟି ଯୁକ୍ତ୨ କଲେଜ ତଥା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ସ୍ବୟଂଶାସିତ କଲେଜ, ବିଶ୍ବବିଦ୍ୟାଳୟରେ ହୋଇଥିବା ବେଳେ ଗୋଟିଏ ସବ୍-ଟ୍ରେଜେରିକୁ ହବ୍ ଭାବେ ଚିହ୍ନଟ କରାଯାଇଛି। ଚଳିତ ବର୍ଷ ୧୧୪୫ଟି ପରୀକ୍ଷା କେନ୍ଦ୍ର କରାଯାଇଛି, ଯାହାକି ୨୦୨ଟି ହବ୍ ଅଧୀନରେ ରହିଛି।
More Stories
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍