The Topmost

“The eyes believe themselves, the ears believe other people.”

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତୀଶ କୁମାର

ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର । ରାଜ୍ୟପାଳଙ୍କୁ ଭେଟି ଦେଲେ ଇସ୍ତଫା ପତ୍ର । ବିଜେପି ସମର୍ଥନରେ ପୁଣି ଗଢ଼ିବେ ସରକାର । ନବମ ଥର ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର । ଆଜି ସନ୍ଧ୍ୟାରେ ନୂଆ ମୁଖ୍ୟମନ୍ତ୍ରୀ ଭାବେ ନେଇ ପାରନ୍ତି ଶପଥ । ନୀତୀଶଙ୍କ ଇସ୍ତଫା ‘ଇଣ୍ଡିଆ’ ମେଣ୍ଟକୁ ଜୋରଦାର ଝଟକା ଦେଇଛି । ୨୮ ବିରୋଧୀ ଦଳ ମିଶି ୨୦୨୪ ସାଧାରଣ ନିର୍ବାଚନରେ ବିଜେପିକୁ ହଟାଇବାକୁ କରିଥିବା ମେଣ୍ଟ ଏକ ପ୍ରକାର ଭାଙ୍ଗିବା ପରି ହୋଇଯାଇଛି । ୨୦୧୯ ନିର୍ବାଚନରେ ଏନଡିଏ ମେଣ୍ଟରୁ ଜିତି ସରକାର ଗଢ଼ିଥିବା ଜେଡିୟୁ ନେତା ନୀତୀଶ, ବିଜେପିକୁ ବାଏ ବାଏ କହି ଆରଜେଡି ସାଙ୍ଗରେ ମିଶି ସରକାର ଗଢ଼ିଥିଲେ । ଏବେ ପୁଣି ଆରଜେଡିକୁ ଛାଡି ପୁରୁଣା ମେଣ୍ଟ ଦଳ ବିଜେପି ସମର୍ଥନରେ ସରକାର ଗଢ଼ିବାକୁ ଯାଉଛନ୍ତି ।