ମେ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ତାଙ୍କ କହିବା ମୁତାବକ, ମାଟ୍ରିକ ପରୀକ୍ଷା ଖାତା ଦେଖା ଶେଷ ହୋଇସାରିଛି । ବର୍ତ୍ତମାନ ଟାବୁଲେସନ୍ ଚାଲିଛି । ବୋର୍ଡ ପକ୍ଷରୁ ରେଜଲ୍ଟ ପ୍ରକାଶ ନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ରହିଛି । ତେଣୁ ଆସନ୍ତା ମେ ମାସ ଶେଷ ସୁଦ୍ଧା ମାଟ୍ରିକ ପରୀକ୍ଷା ରେଜଲ୍ଟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ସେହିପରି ଯୁକ୍ତ ଦୁଇ ପରୀକ୍ଷାର ରେଜଲ୍ଟ ସମ୍ପର୍କରେ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ, ଯୁକ୍ତ ଦୁଇ ପରୀକ୍ଷାର ଖାତା ଦେଖା ଚାଲିଛି । ବର୍ତ୍ତମାନ ଦୁଇଟି ପର୍ଯ୍ୟାୟରେ ଖାତା ଦେଖା ହେଉଛି । ଆସନ୍ତା ମେ ମାସ ଶେଷ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇପାରେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା