ମେ’ ମାସ ଶେଷ ସୁଦ୍ଧା ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ । ଆସନ୍ତାକାଲିଠାରୁ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଆରମ୍ଭ ହେବ । ଏପ୍ରିଲ ୨୩ ପର୍ଯ୍ୟନ୍ତ ଚାଲିବ ପ୍ରଥମ ପର୍ଯ୍ୟାୟ ଖାତାଦେଖା । ତାପରେ ଦ୍ଵିତୀୟ ପର୍ଯ୍ୟାୟ ଖାତାଦେଖା ମେ ୭ରେ ସରିବ । ମେ ୭ରେ ଖାତା ଦେଖା ସରିବା ପରେ ପରେ ଟାବୁଲେସନ ପ୍ରକ୍ରିୟା ହେବ । ଫଳରେ ମେ ଶେଷ ସୁଦ୍ଧା ଫଳାଫଳ ପ୍ରକାଶ ପାଇବାର ସମ୍ଭାବନା ଥିବା ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଚଳିତ ଥର ୬୫ଟି ଅଫଲାଇନ୍ ସେଣ୍ଟର ଓ ୩୯ ଅନଲାଇନ୍ ସେଣ୍ଟରରେ ଖାତାଦେଖା ହେବ । ଶିକ୍ଷକମାନେ ଖାତା ଦେଖାରେ ସହଯୋଗ କରୁଥିବାରୁ ଧନ୍ୟବାଦ ଜଣାଇଛନ୍ତି ମନ୍ତ୍ରୀ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି