ମେ ୨୯ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା । ନାମଲେଖା ପାଇଁ ଖୋଲିବ ସାମ୍ସ ପୋର୍ଟାଲ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ମିଳିଛି ସୂଚନା । ରାଜ୍ୟରେ ଚଳିତ ବର୍ଷ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣହାର ଅଧିକ ରହିଛି । ସିବିଏସ୍ଇରେ ୯୩.୬୪%, ଆଇସିଏସଇରେ ୯୮.୫୪% ଏବଂ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଥିବା ପରୀକ୍ଷାଫଳରେ ଉତ୍ତୀର୍ଣ୍ଣ ହାର ୯୬.୪% ରହିଛି । ରାଜ୍ୟରେ ୨୦୬୭ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା କନିଷ୍ଠ ମହାବିଦ୍ୟାଳୟ ଥିବାବେଳ ଯୁକ୍ତ ଦୁଇ ଶ୍ରେଣୀରେ ମୋଟ ୫ଲକ୍ଷ ୯ହଜାର ସିଟ୍ ରହିଛି । ସେଥିରୁ କଳାରେ ୨ ଲକ୍ଷ ୭୭ ହଜାର ୩୮୮, ବିଜ୍ଞାନରେ ୧ ଲକ୍ଷ ୬୩ ହଜାର ୩୦୪, ବାଣିଜ୍ୟରେ ୪୫ ହଜାର ୩୩୨ ଏବଂ ସଂସ୍କୃତରେ ୧୩ ହଜାର ୩୩୨ଟି ଆସନ ରହିଛି ।
“The eyes believe themselves, the ears believe other people.”
More Stories
କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା, ବଡ ଅଡୁଆକୁ ଛୋଟ ସମାଧାନ
୧.୯୩ ଲକ୍ଷ ପରୀକ୍ଷାର୍ଥୀଙ୍କର ଆରମ୍ଭ ହେଲା ଯୁକ୍ତ୨ ପରୀକ୍ଷା
ଲଭ୍, ସେକ୍ସ ଓ ଧୋକା କେସରେ କିଟ୍ ଛାତ୍ରୀଙ୍କ ଆତ୍ମହତ୍ୟା