ଏଣିକି ଯୁକ୍ତ୨ ଛାତ୍ରଛାତ୍ରୀଙ୍କ ପାଇଁ ତ୍ରୈମାସିକ ପରୀକ୍ଷା ବାଧ୍ୟତାମୂଳକ । ପ୍ରତି ତିନି ମାସରେ ଥରେ ଛାତ୍ରଛାତ୍ରୀ ଗୋଟିଏ ଲେଖାଏଁ ପରୀକ୍ଷା ଦେବେ । ଅର୍ଥାତ୍ ବର୍ଷକୁ ୩ଟି ପରୀକ୍ଷା ଦେବା ବାଧ୍ୟତାମୂଳକ । ଯଦି କୌଣସି ପରୀକ୍ଷାର୍ଥୀ ଏହି ପରୀକ୍ଷାଗୁଡ଼ିକରେ ଅଂଶଗ୍ରହଣ ନ କରନ୍ତି ତେବେ ସେମାନେ ମୁଖ୍ୟ ପରୀକ୍ଷା ଦେଇପାରିବେ ନାହିଁ । କରୋନା ପାଇଁ ଗତ ଶିକ୍ଷାବର୍ଷରେ ଆରମ୍ଭ ହୋଇଥିବା ଏଭଳି ଢାଞ୍ଚାକୁ ୨୦୨୨-୨୩ ଶିକ୍ଷାବର୍ଷରେ ମଧ୍ୟ ଲାଗୁ କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୋଜନା କରାଯାଇଛି । ଏନେଇ ପ୍ରାରମ୍ଭିକ ଆଲୋଚନା ମଧ୍ୟ ଶେଷ ହୋଇଛି । ବିଭାଗୀୟ ଅଧିକାରୀ ଓ ପରୀକ୍ଷା ପରିଚାଳନା କମିଟିର ସଦସ୍ୟମାନେ ମଧ୍ୟ ଏଭଳି ବ୍ୟବସ୍ଥା ସପକ୍ଷରେ ଅଛନ୍ତି ।
More Stories
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି