ଓଡ଼ିଶାର ରାଜ୍ୟପାଳ ହେବେ ରଘୁବର ଦାସ । ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ । ତାଙ୍କୁ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଦେଇଛନ୍ତି ନିଯୁକ୍ତି । ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପିର ରାଷ୍ଟ୍ରୀୟ ଉପସଭାପତି ରଘୁବର ଦାସ ହେଲେ ଓଡ଼ିଶାର ନୂଆ ରାଜ୍ୟପାଳ। ପ୍ରଫେସର ଗଣେଶୀ ଲାଲଙ୍କ ଉତ୍ତରାଧିକାରୀ ଭାବରେ ଶ୍ରୀ ଦାସଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଯୁକ୍ତି ଦେଇଛନ୍ତି। ରାଷ୍ଟ୍ରପତି ଭବନରୁ ଏ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ରଘୁବର ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବରେ ଅବସ୍ଥାପିତ ହେବେ। ରଘୁବର ୫ଥର ଝାଡ଼ଖଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ଝାଡ଼ଖଣ୍ଡର ଷଷ୍ଠ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ। ସେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର ମଧ୍ୟ କାର୍ଯ୍ୟ କରିଛନ୍ତି। ୧୯୫୫ ମେ ୩ ତାରିଖରେ ଜନ୍ମ ଗ୍ରହଣ କରିଥିବା ରଘୁବର ଭାଲୁବସା ହରିଜନ ହାଇସ୍କୁଲର ମ୍ୟାଟ୍ରିକ ଓ ଜାମସେଦପୁର କୋ-ଅପରେଟିଭ୍ କଲେଜରୁ ସ୍ନାତକ ଶିକ୍ଷା ଶେଷ କରିଥିଲେ। ପରବର୍ତ୍ତୀ ସମୟରେ ସେ ଆଇନରେ ସ୍ନାତକ ଡ଼ିଗ୍ରୀ ହାସଲ କରି ଟାଟା କମ୍ପାନୀରେ ଯୋଗ ଦେଇଥିଲେ।
More Stories
ଅତ୍ୟଧିକ କଖାରୁ ଡାଲମା ଖାଉଛନ୍ତି କି
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍