ରାଜଧାନୀରେ ବେକାବୁ ଡେଙ୍ଗୁ ମାମଲା । ଦୁଇ ସପ୍ତାହ ତଳେ ଦିନକୁ ହାରାହାରି ୩୦ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଏବେ ଏହି ସଂଖ୍ୟା ୫୦ ଛୁଇଁବାକୁ ବସିଛି । ସୋମବାର ୪୩, ମଙ୍ଗଳବାର ୪୬ ଓ ବୁଧବାର ୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହିସାବକୁ ନେଲେ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୫୦ରେ ପହଞ୍ଚିଛି । ସମଗ୍ର ରାଜ୍ୟରେ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ୫୦% କେବଳ ଭୁବନେଶ୍ୱରରୁ ଚିହ୍ନଟ ହେଉଥିବାରୁ ଚିନ୍ତା ବଢ଼ିଛି । ଡେଙ୍ଗୁ ନିୟନ୍ତ୍ରଣ ପାଇଁ ବିଏମସିର ସମସ୍ତ ପଦକ୍ଷେପର ଫସର ଫାଟିଛି । ରୋଗୀ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଥିବାରୁ କ୍ୟାପିଟାଲ ହସ୍ପିଟାଲରେ ଥିବା ୧୦ଟି ବେଡକୁ ୭୦କୁ ବୃଦ୍ଧି କରାଯାଇଛି । ତେବେ ବିଏମସିର ସୂଚନା ମୁତାବକ ନୂଆପଲ୍ଲୀ ଡେଙ୍ଗୁ ହଟସ୍ପଟ୍ ହୋଇରହିଛି । ଚଳିତ ବର୍ଷ ଆରମ୍ଭରୁ ଏପର୍ଯ୍ୟନ୍ତ ନୂଆପଲ୍ଲୀରୁ କେବଳ ୬୮ ଆକ୍ରାନ୍ତ ଚିହ୍ନଟ ହୋଇ ସାରିଲେଣି । ଲଗାଣ ବର୍ଷା ଯୋଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ସ୍ୱାସ୍ଥ୍ୟ ବିଭାଗ କହିଛି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି