ରାଜ୍ୟକୁ ପୁଣି ବର୍ଷା ଆଶଙ୍କା । ଲଗାତର ୩ ଦିନ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆଜି ପାଗ ଶୁଖିଲା ରହିବ । ୨୩ରୁ ୨୪ ତାରିଖ ମଧ୍ୟରେ ଉପକୂଳ-ଆଭ୍ୟନ୍ତରୀଣ ଜିଲ୍ଲାମାନଙ୍କରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୪ରୁ ୨୫ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ-ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସୂଚନା ରହିଛି ।ସମ୍ଭାବିତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମ୍ଭାବିତ ଜିଲ୍ଲାମାନଙ୍କ ମଧ୍ୟରେ ବାଲେଶ୍ୱର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
More Stories
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା
ନିର୍ଧୁମ ଛେଚିବ ବର୍ଷା, ଲଘୁଚାପ ପାଇଁ ରେଡ୍ ଆଲର୍ଟ ଜାରି