ପ୍ରବଳ ଗ୍ରୀଷ୍ମପ୍ରବାହ ଭିତରେ ରାଜ୍ୟବାସୀଙ୍କ ପାଇଁ ଆଶ୍ବସ୍ତିକର ଖବର । ସକ୍ରିୟ ହେଉଛି ମୌସୁମୀ ବାୟୁ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଣ୍ଡାମାନ ଦିଗରେ ଗତି କରୁଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ । ପାଗ ଅନୁକୂଳ ଥିବାରୁ ଆସନ୍ତା ୨ରୁ୩ ଦିନ ପର୍ଯ୍ୟନ୍ତ ଏହା ସମାନ ଦିଗରେ ଗତି କରି ଦକ୍ଷିଣ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜର ଅଧିକାଂଶ ଅଂଶ ଛୁଇଁବାର ସମ୍ଭାବନା ରହିଛି । ସେପଟେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବ । ଏହା ପ୍ରଭାବରେ ଅଧିକାଂଶ ସ୍ଥାନରେ ପାରଦ ୪୨ ଡିଗ୍ରୀ ଉପରେ ରହିବ । ଅନ୍ୟପଟେ ଉପକୂଳ ଓଡ଼ିଶାରେ କାଳବୈଶାଖୀ ସକ୍ରିୟ ରହିଛି । ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେଉଛି । ଦିନରେ ଖରା ସହିତ ଅପରାହ୍ନରେ ପ୍ରବଳ ବର୍ଷା ହେଉଛି ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା