ସରକାରୀ ମେଡିକାଲ କଲେଜରେ ଆଉ ହେବନାହିଁ ଡାକ୍ତର ଅଭାବ । ଏନେଇ ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଏଣିକି ପ୍ରତି ମାସରେ ସାକ୍ଷାତକାର ଆୟୋଜନ କରାଯାଇ ଜୁନିଅର ରେସିଡେଣ୍ଟ, ସିନିୟର ରେସିଡେଣ୍ଟ, ଟ୍ୟୁଟର୍, ଆସିଷ୍ଟାଣ୍ଟ ପ୍ରଫେସର, ଆସୋସିଏଟ୍ ପ୍ରଫେସର ଓ ପ୍ରଫେସରଙ୍କୁ ନିଯୁକ୍ତି ଦିଆଯିବ । ଉଭୟ ରାଜ୍ୟ ଓ ଅନୁଷ୍ଠାନ ସ୍ତରରେ ମାସିକିଆ ସାକ୍ଷାତକାର କରାଯିବ । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସୂଚନା ଅନୁସାରେ, ପ୍ରତି ମାସରେ ସାକ୍ଷାତକାର ପାଇଁ ୧୨ ତାରିଖ ଧାର୍ଯ୍ୟ କରାଯାଇଛି । ଏହି ଦିବସରେ ରାଜ୍ୟର ସମସ୍ତ ମେଡିକାଲ କଲେଜ ସମେତ ପିଜିଆଇଏମ୍ଇଆର କ୍ୟାପିଟାଲ ହସ୍ପିଟାଲ, ଏସସିବି ଡେଣ୍ଟାଲ କଲେଜରେ ନିଯୁକ୍ତି ପ୍ରକ୍ରିୟା ପରିଚାଳନା କରାଯିବ । ସେହିପରି ଖାଲି ଥିବା ବିଭିନ୍ନ ପଦବୀ ପଦବୀରେ ଯୋଗ୍ୟ ବିବେଚିତ ପ୍ରାର୍ଥୀଙ୍କୁ ନିଯୁକ୍ତି ପ୍ରଦାନ ଲକ୍ଷ୍ୟରେ ଡିଏମ୍ଇଟି ପଦକ୍ଷେପ ନେବେ । ରାଜ୍ୟସ୍ତରରେ ଡିଏମ୍ଇଟିଙ୍କ ପକ୍ଷରୁ ପ୍ରତି ମାସ ୨୫ ତାରିଖରେ ସାକ୍ଷାତକାର କରାଯିବ । ଉଭୟ ରାଜ୍ୟ ଓ ଅନୁଷ୍ଠାନ ସ୍ତରୀୟ ନିଯୁକ୍ତି ସମ୍ପର୍କରେ ପରବର୍ତ୍ତି ମାସର ୫ ତାରିଖ ସୁଦ୍ଧା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗକୁ ରିପୋର୍ଟ ପ୍ରଦାନ କରାଯିବ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି