ଫେରିଗଲା ମୌସୁମୀ । ଆଶ୍ବିନରେ ଟାଇଁ ଟାଇଁ ଖରା । ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ଉପରେ ପାରଦ ଥିବାବେଳେ ଉପକୂଳରେ କଲବଲ କରୁଛି ତାତି ସହ ଅସହ୍ୟ ଗୁଳୁଗୁଳି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ମିଳିବନି ନିସ୍ତାର । ଦିନ ୧୧ ଟା ବେଳକୁ ଅଧିକାଂଶ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଥିବା କହିଛି ପାଣିପାଗ ବିଭାଗ । ଗତ ୨୪ ଘଣ୍ଟାରେ ୭ ସହରର ତାପମାତ୍ରା ୩୬ ଡିଗ୍ରୀ ଉପରେ ରହୁଛି । ୩୭ ଡିଗ୍ରୀ ସହ ଚାନ୍ଦବାଲି ସବୁଠୁ ଉତ୍ତପ୍ତ ସହର ହୋଇଥିବାବେଳେ ଭୁବନେଶ୍ୱର ରେ ୩୫ ଡିଗ୍ରୀ ତାପମାତ୍ରା ରହିଛି । ଭୁବନେଶ୍ବରରେ ୬୦ ପ୍ରତିଶତ ଆର୍ଦ୍ରତା ରହିଛି । ତାପମାତ୍ରା ଓ ଆର୍ଦ୍ରତା ମିଶି ୩୮ ଡିଗ୍ରୀ ତାତି ଅନୁଭବ ହେଉଛି । ୨୧ ସହରର ତାପମାତ୍ରା ୩୫ ଡିଗ୍ରୀ କିମ୍ବା ତାଠାରୁ ଅଧିକ ରେକର୍ଡ କରାଯାଇଛି । ମେଘମୁକ୍ତ ଆକାଶ ଓ ଶୁଷ୍କ ବାୟୁ ପ୍ରବାହ ପାଇଁ ବଦଳିଛି ପାଗର ମିଜାଜ । ଅକ୍ଟୋବର ଶେଷ ମଧ୍ୟରେ ଓଡିଶାରେ ଶୀତ ପଡିବନି । ଆଜି ଓଡିଶାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରିଯାଇଛି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି