ରାଜ୍ୟରେ କମୁଛି ତାପମାତ୍ରା, ବଢୁଛି ଶୀତ । ଉତ୍ତର ପଶ୍ଚିମ ଦିଗରୁ ରାଜ୍ୟକୁ ଶୁଷ୍କ ଓ ଥଣ୍ଡା ପବନ ପ୍ରବେଶ କରୁଥିବାରୁ ଥଣ୍ଡା ଅନୁଭୂତ ହେଉଛି । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଘନ କୁହୁଡି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଡିଗ୍ରୀ ତଳେ ରହିଥିଲା ୯ ସହରର ତାପମାତ୍ରା । ସେପଟେ ଦକ୍ଷିଣ ଆଣ୍ଡାମାନ ସାଗର ନିକଟରେ ଥିବା ଘୂର୍ଣ୍ଣିବଳୟ ଘନେଇବାରେ ଲାଗୁଛି । ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପ କ୍ଷେତ୍ରର ରୂପ ନେବ । କ୍ରମେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତିକରି ପରବର୍ତ୍ତୀ ୪୮ ଘଣ୍ଟାରେ ଅବପାତରେ ପରିଣତ ହେବ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା