ଖୁବଶୀଘ୍ର କିଶୋରୀଙ୍କୁ ମିଳିବ ମାଗଣା କ୍ୟାନସର ଟିକା । କିଶୋରୀଙ୍କୁ କ୍ୟାନସରରୁ ରକ୍ଷା କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର । ୯ରୁ ୧୩ ବର୍ଷୀୟ ଝିଅଙ୍କୁ ଦିଆଯିବ ପ୍ରତିଷେଧକ ଟିକା । ରାଜ୍ୟରେ ୧୦ ଜିଲ୍ଲାର ହାଇସ୍କୁଲ ଛାତ୍ରୀଙ୍କୁ ମାଗଣାରେ ହ୍ୟୁମାନ ପାପିଲୋମା ଭାଇରସ ଏଚପିଭି ଟିକା ଦେବା ପାଇଁ ଯୋଜନା ହୋଇଛି । ଜାତୀୟ ସ୍ବାସ୍ଥ୍ୟ ମିଶନ ୨୦୨୨-୨୦୨୪ ଆଧାରରେ ଏହି ଟିକାକରଣ ଯୋଜନା ପାଇଁ ୧୦ କୋଟି ଟଙ୍କା ଅନୁମୋଦନ ହୋଇଛି । ଏହି ଟିକା ଜରାୟୁ କ୍ୟାନସରରୁ ସୁରକ୍ଷା ଦେବ । ୩ଟି ବ୍ରାଣ୍ଡରେ ଉପଲବ୍ଧ ଏହି ଟିକାର ଡୋଜ ପିଛା ଖର୍ଚ୍ଚ ୬୦୦ରୁ ୧ ହଜାର ଟଙ୍କା ରହିବ । ଟିକାର ଦୁଇଟି ଡୋଜ୍ ଦିଆଯିବ । ଏନେଇ ସୂଚନା ଦେଇଛନ୍ତି ଏନଏଚଏମ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ । ପ୍ରଥମ ଡୋଜ ନେବାର ୬ ମାସରୁ ୧୨ ମାସ ଭିତରେ ଦ୍ବିତୀୟ ଡୋଜ୍ ଦିଆଯିବ । ଏନଏଚଏମ ଅନୁମୋଦନ ପାଇବା ପରେ ତୁରନ୍ତ ଟିକାକରଣ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖାଯାଇଛି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି