ରାଜ୍ୟରେ ସକ୍ରିୟ ଗୁରୁଚାପ ବଳୟ । କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ଏଭଳି ପାଗ ଜାରି ରହିଛି । ସକ୍ରିୟ ଗୁରୁଚାପ ବଳୟ ପ୍ରଭାବରେ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ଫଳରେ ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ହେଉଛି । ବିଶେଷକରି ଦକ୍ଷିଣ ଉପକୂଳ ଓଡିଶା ସମେତ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକ ପ୍ରଭାବିତ ହୋଇଛି । ଏହାଛଡ଼ା ବିଭିନ୍ନ ଜିଲ୍ଲାରେ କୁହୁଡ଼ି ପଡ଼ିବା ନେଇ ସତର୍କତା ଜାରି କରାଯାଇଛି । ଆଜି ଘନ କୁହୁଡ଼ି ନେଇ । ଅନୁଗୁଳ,ଢେଙ୍କାନାଳ,ବାଲେଶ୍ବର, ଭଦ୍ରକ,ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର,ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୬ ତାରିଖରୁ ପାଗରେ ପରିବର୍ତ୍ତନ ଆସିବା ସମ୍ଭାବନା ରହିଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ