ରାଜ୍ୟର ସମସ୍ତ ସ୍ବାସ୍ଥ୍ୟ ପ୍ରତିଷ୍ଠାନରେ ମାସ୍କକୁ ବାଧ୍ୟତାମୂଳକ କରାଯାଇଛି । ଏନେଇ ସମସ୍ତ ସ୍ବାସ୍ଥ୍ୟ ପ୍ରତିଷ୍ଠାନକୁ ଚିଠି ଲେଖିଛି ରାଜ୍ୟ ଜନସ୍ବାସ୍ଥ୍ୟ ବିଭାଗ । ସ୍ବାସ୍ଥ୍ୟ ସେବା ସହ ଜଡ଼ିତ ଡାକ୍ତର, ନର୍ସ, କର୍ମଚାରୀଙ୍କୁ ମାସ୍କ ପିନ୍ଧିବା ଲାଗି ନିର୍ଦ୍ଦେଶ ଦିଆଯାଇଛି । ଏହା ସହ ଲାବରେଟୋରୀ ସେବା ଯୋଗାଉଥିବା ବ୍ୟକ୍ତି ବି ପିନ୍ଧିବେ ମାସ୍କ । ନିବୁଜ ଘରେ ଏକାଧିକ ଲୋକ ସମାଗମ ହେଲେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ଥଣ୍ଡାକାଶରେ ପୀଡ଼ିତ ବ୍ୟକ୍ତି ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ଗତ କିଛି ଦିନ ଧରି ରାଜ୍ୟରେ ଶତାଧିକ ସଂକ୍ରମିତ ଚିହ୍ନଟ ହେବାରେ ଲାଗିଛନ୍ତି । ସେପଟେ ଦେଶରେ ବି ବଢିଚାଲିଛି ସଂକ୍ରମଣ । ଆଗୁଆ ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା