ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ରାଜ୍ୟ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଚୂଡ଼ାନ୍ତ ହୋଇଛି । ଆସନ୍ତା ସୋମବାର ସକାଳ ସାଢ଼େ ୯ଟାରେ ନୂଆ ମନ୍ତ୍ରୀମାନେ ନେବେ ଶପଥ । ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ନୂଆ ମନ୍ତ୍ରୀମାନଙ୍କୁ ଗୋପନୀୟତାର ଶପଥ ପାଠ କରାଇବେ । ତେବେ ନବୀନଙ୍କ ନୂଆ ଟିମରେ କିଏ ନୂଆ ମୁହଁ ସ୍ଥାନ ପାଇବେ ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । ଉଲ୍ଲେଖଯୋଗ୍ୟ ନିକଟରେ ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସହ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ନିଜ ପଦରୁ ଇସ୍ତଫା ଦେଇଥିଲେ । ଏହାଛଡ଼ା ନବ ଦାସଙ୍କ ପରଲୋକ ପରେ ସେ ମନ୍ତ୍ରୀ ପଦ ମଧ୍ୟ ଖାଲି ଅଛି । ତେବେ ତିନୋଟି ମନ୍ତ୍ରୀ ପଦ ଖାଲି ପଡ଼ିଥିବା ବେଳେ ମୁଖ୍ୟମନ୍ତ୍ରୀ କେତେ ଜଣଙ୍କୁ ନିଜ ଟିମରେ ନେଉଛନ୍ତି ତାହା ଅସ୍ପଷ୍ଟ ଅଛି । ଲୋକସେବା ଭବନର କନଭେନସନ ସେଣ୍ଟରରେ ଏହି ଶପଥଗ୍ରହଣ ଉତ୍ସବ ଆୟୋଜିତ ହେବ । ନବୀନ ନିବାସରୁ ମନ୍ତ୍ରୀ ହେବା ପାଇଁ କାହା ପାଖକୁ ଫୋନ୍ କଲ୍ ଯାଉଛି ତାହାକୁ ଏବେ ବିଜେଡିର ବିଧାୟକମାନେ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା