ରାଜ୍ୟ ସାମ୍ବାଦିକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଆଣିଲେ ଖୁସିଖବର । ୨ ଲକ୍ଷ ରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି ପାଇଲା ସାମ୍ବାଦିକ ସ୍ୱାସ୍ଥ୍ୟବୀମା ରାଶି । କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ବୀମାରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହାଦ୍ୱାରା ରାଜ୍ୟର ୮୭୧୭ ଜଣ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକୃତ ହେବେ । ସୂଚନା ଅନୁସାରେ, ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ୫ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ସଦସ୍ୟ ଉନ୍ନତମାନର ସ୍ୱାସ୍ଥ୍ୟସେବା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
“The eyes believe themselves, the ears believe other people.”
More Stories
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍
ଠିକ୍ ଭାବରେ କାମ କରୁନି ଆୟୁଷମାନ ଭାରତ କାର୍ଡ, ହନ୍ତସନ୍ତ ଜନତା