ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ଦିନିଆ ଓଡ଼ିଶା ଗସ୍ତର ଆଜି ଶେଷଦିନ । ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି । ସକାଳ ୧୦ଟା ୩୫ ମିନିଟରେ ଦଶବାଟିଆଠାରେ ପହଞ୍ଚିବେ ମ୍ୟାଡାମ୍ ପ୍ରେସିଡେଣ୍ଟ । ସେଠାରେ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବା ପରେ ବ୍ରହ୍ମାକୁମାରୀର ୨୦ ଜଣ ବରିଷ୍ଠ ସଦସ୍ୟଙ୍କ ସହିତ ଆଲୋଚନା କରିବେ । ସେଠାରେ ରାଷ୍ଟ୍ରପତି ମଧ୍ୟାହ୍ନ ଭୋଜନ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରୁ ରାଜଭବନ ଫେରିବା ସହିତ ଅପରାହ୍ନରେ ଦିଲ୍ଲୀ ଫେରିଯିବେ ମହାମହିମ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍