ମୋଦି ସାଙ୍ଗିଆ ମାନହାନୀ ମାମଲା । ରାହୁଲଙ୍କ ଆବେଦନ ଖାରଜ କଲେ ଗୁଜରାଟ ହାଇକୋର୍ଟ। ରିଭ୍ୟୁ ପିଟିସନ ଆବେଦନ କରିଥିଲେ ରାହୁଲ । ସୁରତ କୋର୍ଟଙ୍କ ରାୟର ପୁନଃବିଚାର ପାଇଁ ଆବେଦନ କରିଥିଲେ । ଦଣ୍ଡାଦେଶ ଉପରେ ରହିତାଦେଶ ପାଇଁ ହାଇକୋର୍ଟ ଯାଇଥିଲେ । ମାତ୍ର ରାହୁଲଙ୍କ ଆବେଦନକୁ ଖାରଜ କରିବା ସହ ତଳକୋର୍ଟଙ୍କ ରାୟକୁ କାଏମ ରଖିଛନ୍ତି ହାଇକୋର୍ଟ । ପୂର୍ବରୁ କୋର୍ଟ ଏହି ମାମଲାରେ ରାହୁଲ ଗାନ୍ଧୀଙ୍କୁ ମଧ୍ୟବର୍ତ୍ତୀକାଳୀନ ସୁରକ୍ଷା ମନା କରିଦେଇଥିଲେ ଏବଂ ତାଙ୍କ ଆବେଦନକୁ ସଂରକ୍ଷିତ ରଖିଥିଲେ । ଗତ ୧୩ ଏପ୍ରିଲ ୨୦୧୯ରେ କର୍ଣ୍ଣାଟକ କୋଲରରେ ମୋଦି ସାଙ୍ଗିଆକୁ ନେଇ ରାହୁଲଙ୍କ ବିବାଦୀୟ ବୟାନ ପରେ ଆଇପିସିର ଧାରା ୪୯୯, ୫୦୦ ଓ ୫୦୪ ଅନୁସାରେ ମାମଲା ରୁଜୁ ହୋଇଥିଲା । ଗତ ୨୩ ମାର୍ଚ୍ଚରେ ମାନହାନି ମାମଲାରେ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୨ ବର୍ଷ ଜେଲଦଣ୍ଡାଦେଶ ଦେଇଥିଲେ ସିଜେଏମ କୋର୍ଟ ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ