ମୋଦି ସାଙ୍ଗିଆ ମାମଲାରେ ରାହୁଲ ଗାନ୍ଧୀଙ୍କୁ ଦଣ୍ଡାଦେଶ ପ୍ରସଙ୍ଗ । ଆଜି ରାୟ ଶୁଣାଇବେ ସୁରଟର ସେସନ୍ସ କୋର୍ଟ । ଗତ ୧୩ ତାରିଖରେ ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ କୋର୍ଟ । ୨୦୧୯ ଏପ୍ରିଲରେ କର୍ଣ୍ଣାଟକରେ ମୋଦି ସରନେମକୁ ନେଇ ବିବାଦୀୟ ବୟାନ ପରେ ରାହୁଲଙ୍କ ବିରୋଧରେ ଦାୟର ହୋଇଥିଲା ମାନହାନି ମାମଲା । ସୁରଟର ସିଜେଏମ କୋର୍ଟ ରାହୁଲଙ୍କୁ ୨ ବର୍ଷ ଜେଲ୍ ଦଣ୍ଡ ଶୁଣାଇଥିଲେ । ପରେ ରାହୁଲଙ୍କ ସାଂସଦ ସଦସ୍ୟତା ରଦ୍ଦ କରିଥିଲେ ଲୋକସଭା ବାଚସ୍ପତି । ସିଜେଏମ କୋର୍ଟଙ୍କ ରାୟକୁ ସୁରଟର ସେସନ୍ସ କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ରାହୁଲ ଗାନ୍ଧୀ । ରାୟ ଉପରେ ରୋକ ଲଗାଇବାକୁ ଆବେଦନ କରିଛନ୍ତି ରାହୁଲ ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ