ରୁପାରେ ଆଚ୍ଛାଦିତ ହେବ ଶ୍ରୀମନ୍ଦିର ନାଟମଣ୍ଡପରେ ଥିବା ଗରୁଡ଼ ସ୍ତମ୍ଭର ଚତୁଃପାର୍ଶ୍ୱ । ଏହି କାମ ପାଇଁ ୧୩୦ ଲକ୍ଷ ଟଙ୍କାର ପ୍ରାଥମିକ ଆକଳନ କରାଯାଇଛି । ପଶ୍ଚିମବଙ୍ଗର ଜଣେ ଭକ୍ତ ଏବ ବାବଦ ଖର୍ଚ୍ଚ ବହନ କରିବାକୁ ଆଗ୍ରହ ପ୍ରକାଶ କରିଛନ୍ତି । ଭକ୍ତଙ୍କ ସ୍ପର୍ଶରେ ଦୁର୍ବଳ ହେଉଛି ଶ୍ରୀମନ୍ଦିର ନାଟମଣ୍ଡପରେ ଥିବା ଗରୁଡ଼ ସ୍ତମ୍ଭ । ଏହା ଏତେ ଦୁର୍ବଳ ହାଇଗଲାଣି ଯେ କୌଣସି ସମୟରେ କିଛି ବି ଅଘଟଣ ଘଟିବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଗରୁଡ଼ ସ୍ତମ୍ଭ ଚତୁଃପାର୍ଶ୍ୱକୁ ରୁପାରେ ଆଚ୍ଛାଦିତ କରିବାକୁ ଯୋଜନା କରୁଛି ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ