କୋରାଇ ଷ୍ଟେସନରେ ପଣ୍ୟବାହୀ ଟ୍ରେନ୍ ଦୁର୍ଘଟଣା । ରେଳବାଇ ପକ୍ଷରୁ ଆର୍ଥିକ ସହାୟତା ଘୋଷଣା । ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଟ୍ୱିଟ୍ କରି ଏନେଇ ସୂଚନା ଦେଇଛନ୍ତି । ଏହି ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିମାନଙ୍କ ପ୍ରତି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ମୃତ ବ୍ୟକ୍ତିମାନଙ୍କ ପରିବାର ସଦସ୍ୟମାନଙ୍କୁ ୫ ଲକ୍ଷ, ଗୁରୁତର ଆହତମାନଙ୍କୁ ୧ ଲକ୍ଷ ଏବଂ ସାମାନ୍ୟ ଆହତ ବ୍ୟକ୍ତିମାନଙ୍କୁ ୨୫ ହଜାର ଟଙ୍କା ଆର୍ଥିକ ସହାୟତା ଘୋଷଣା କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍