ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଉତ୍ତର ବଙ୍ଗୋପସାଗରର ମଧ୍ୟଭାଗରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ୨୪ ଘଣ୍ଟାରେ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବ । ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ଓଡିଶା, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଛତିଶଗଡ଼ ମୁହାଁ ହେବ । ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୨୨ ଜିଲ୍ଲାକୁ ସତର୍କତା ଜାରି ହୋଇଛି । ୮ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି । ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ନୟାଗଡ଼, ଗଞ୍ଜାମ, ଢେଙ୍କାନାଳ ଓ କଟକରେ ଭୀଷଣ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି ୧୨ ଜିଲ୍ଲାରେ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଏବଂ ୭ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।
“The eyes believe themselves, the ears believe other people.”
More Stories
କେବେ ଥମିବ ଅପରାଧ, ୩ ବର୍ଷରେ ୮୧୯ ଦୁଷ୍କର୍ମ
ଓଡିଶା ସୀମାକୁ ଘେରିଛନ୍ତି 2000 ନକ୍ସଲ୍
ରାସନ୍ କାର୍ଡ ପାଇଁ ପୁଣି ଥରେ ଭରିବାକୁ ପଡିବ ଆପ୍ଲିକେସନ୍