ଆଜିଠୁ ଲୋକସେବା ଭବନ ପରିସରରେ ଖୋଲିବ ମିଲେଟ୍ ଶକ୍ତି କାଫେ । ଅକ୍ଷୟ ତୃତୀୟା ଅବସରରେ ଏହାକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନକୁ ଆସୁଥିବା କର୍ମଚାରୀ ଏବଂ ପରିଦର୍ଶକଙ୍କ ମଧ୍ୟରେ ପୁଷ୍ଟିଶସ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନିଆଯାଇଛି । ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ବିଭିନ୍ନ ଖାଦ୍ୟକୁ ଅଧିକରୁ ଅଧିକ ବ୍ୟାପକ କରିବା ପାଇଁ ଓଡ଼ିଶା ମିଲେଟ ମିଶନ ତରଫରୁ ବ୍ୟାପକ ପଦକ୍ଷେପ ନିଆଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ, କେନ୍ଦୁଝର, ପୁରୀ ଗୋଲ୍ଡେନ ବିଚ୍ ଏବଂ କଟକ ବାରବାଟୀ ପ୍ୟାଲେସଠାରେ ମିଲେଟ୍ ଶକ୍ତି କାଫେ ଖୋଲାଯାଇଛି । ଏହାର ଚାହିଦାକୁ ଦୃଷ୍ଟିରେ ରଖି ଏବେ ଲୋକସେବା ଭବନ ପରିସରରେ ଆଉ ଏକ ମିଲେଟ୍ ଶକ୍ତି କାଫେ ସ୍ଥାନ ପାଇବ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍