ଶପଥ ଗ୍ରହଣ କଲେ ଓଡ଼ିଶାର ନୂଆ ରାଜ୍ୟପାଳ । ରାଜଭବନରେ ଏକ ବର୍ଣ୍ଣାଢ଼୍ୟ ପରିବେଶରେ ଶପଥ ଗ୍ରହଣ କଲେ ନୂଆ ରାଜ୍ୟପାଳ ରଘୁବର ଦାସ । ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ତାଙ୍କୁ ଶପଥ ଗ୍ରହଣ କରାଇଛନ୍ତି । ଏହି ଶପଥ ଗ୍ରହଣରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବରିଷ୍ଠ ବ୍ୟକ୍ତିମାନେ ଉପସ୍ଥିତ ରହିଥିଲେ । ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ନେଲେ ରଘୁବର ଦାସ । ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଦାୟିତ୍ବ ନେଇଛନ୍ତି ରଘୁବର ଦାସ । ନୂଆ ରାଜ୍ୟପାଳଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ । ରାଜଭବନ ପରିସରରେ ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା । ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ । ଶପଥ ଗ୍ରହଣ ପୂର୍ବରୁ ଆଜି ସକାଳେ ଲିଙ୍ଗରାଜଙ୍କୁ ଦର୍ଶନ କରିଥିଲେ ରଘୁବର ଦାସ । ଗତକାଲି ସକାଳେ ରଘୁବର ପ୍ରଥମେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । ଗତକାଲି ରଘୁବର ଦାସ ଭୁବନେଶ୍ବର ରାଜଭବନରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବାଚସ୍ପତି ପ୍ରମିଳା ମଲ୍ଲିକ ତାଙ୍କୁ ସ୍ବାଗତ କରିଥିଲେ ।
More Stories
ଗାଡି ଟାୟାରରୁ ବାହାରୁଛି ଟଙ୍କା
ସୁନାମି ପାଇଁ ପ୍ରସ୍ତୁତ ହେବାକୁ ୨୪ ଗାଁକୁ ଚେତାବନୀ
ରାତି ପାହିଲେ ପ୍ରତ୍ୟେକ ଚାଷୀଙ୍କୁ ଅତିରିକ୍ତ 800 ଟଙ୍କା