ଆଜି ଶପଥ ନେବେ ପଦମପୁର ବିଧାୟିକା । ବିଧାୟିକା ଭାବେ ଶପଥ ନେବେ ପଦମପୁରର ନବନିର୍ବାଚିତ ବିଧାୟିକା ବର୍ଷା ସିଂ ବରିହା । ଦିନ ସାଢ଼େ ୧୧ଟାରେ ଶପଥ ନେବା କାର୍ଯ୍ୟକ୍ରମ ରହିଛି । ବାଚସ୍ପତି ବିକ୍ରମ କେଶରୀ ଆରୁଖ ବର୍ଷାଙ୍କୁ ଶପଥ ପାଠ କରାଇବେ । ବିଜୟ ରଞ୍ଜନ ସିଂ ବରିହାଙ୍କ ବିୟୋଗ ପରେ ପଦମପୁରରେ ଉପନିର୍ବାଚନ ହୋଇଥିଲା । ଏଥିରେ ବଡ଼ ବ୍ୟବଧାନରେ ବିଜୟୀ ହୋଇଛନ୍ତି ଦିବଗଂତ ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଝିଅ ବର୍ଷା ସିଂ ବରିହା । ଆଗକୁ ବାପାଙ୍କ ଅଧୁରା ସ୍ୱପ୍ନ ପୂରଣ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ବର୍ଷା ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ