ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି । ଶପଥ ନେଲେ ଦୁଇ ନୂଆ ବିଚାରପତି । ଜଷ୍ଟିସ୍ ଶିବଶଙ୍କର ମିଶ୍ର ଓ ଜଷ୍ଟିସ୍ ଆନନ୍ଦ ଚନ୍ଦ୍ର ବେହେରା ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି । ଉଭୟଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଶପଥପାଠ କରାଇଛନ୍ତି । ଦୁଇ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨ରେ ପହଞ୍ଚିଛି । ଅଗଷ୍ଟ ୧୭ ତାରିଖରେ ଦୁଇ ବିଚାରପତିଙ୍କ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିଲେ । ଏହା ସହ ଉଭୟଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍