ଶ୍ରୀମନ୍ଦିରରେ ଏଏସ୍ଆଇ ଟିମ୍ । ପୁରୀ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ ପାଇଁ ପହଁଚିଲେ ଏଏସ୍ଆଇର ବୈଷୟିକ ଟିମ୍ । ଆଇଆଇଟି ଚେନ୍ନାଇର ପ୍ରଫେସର ଅରୁଣ ମେନନ, ଦିଲ୍ଲୀର କଂଜରଭେସନ ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ଭିମା, ଏଏସଆଇ ଓଡିଶା ମୁଖ୍ୟ ଅରୁଣ ମଲ୍ଲିକଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଏଥିରେ ସାମିଲ ହୋଇଛନ୍ତି । ତେବେ ଗର୍ଭଗୃହ ଭିତରେ ଥିବା ଅବସ୍ଥା ତଥା କଳାହାଟ ଦ୍ୱାରରେ ରୁପା ଛାଉଣୀ ଲଗାଯିବା ନେଇ ଅନୁଧ୍ୟାନ କରିବ ଟିମ୍ । ରଥଯାତ୍ରା ସମୟରେ ପ୍ରତିବର୍ଷ ବୈଷୟିକ ଟିମ୍ ଦ୍ୱାରା ଗର୍ଭଗୃହ ଯାଞ୍ଚ ଓ ଆବଶ୍ୟକୀୟ ମରାମତି କରାଯାଇଥାଏ । କେମିକାଲ ଇଂଜିନିୟର ରଞ୍ଜନା ପୁସ୍କରଙ୍କ ସମେତ ରାଜ୍ୟ ପୂର୍ତ୍ତ ବିଭାଗର ଅଧିକାରୀ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା