ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଶାନ୍ତି ଓ ନିରାପତ୍ତା ସୁନିଶ୍ଚିତ କରିବା ନେଇ ପୁରୀ ପୁଲିସ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି । ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ ଜୋନ୍ ଘୋଷଣା ସହିତ ଭିତରେ ମୋବାଇଲ ଦ୍ୱାରା ଫୋଟୋ ଉତ୍ତୋଳନକୁ ବାରଣ କରାଯାଇଛି । ଏହା ଉପରେ ସ୍ୱତନ୍ତ୍ର ନଜର ରଖିବ ପୁରୀ ପୁଲିସ। ପ୍ରାଥମିକ ଭାବେ ଏ ନେଇ ପୁଲିସ ପକ୍ଷରୁ ସଚେତନତା ସୃଷ୍ଟି କରାଯାଇଥିବା ବେଳେ ନିୟମ ଉଲ୍ଲଂଘନ କଲେ କଡା ପଦକ୍ଷେପ ନିଆଯିବ । ପୁଲିସର ଏପରି ପଦକ୍ଷେପକୁ ସେବାୟତ ବୁଦ୍ଧିଜୀବୀ ସ୍ୱାଗତ କରିବା ସହ ପ୍ରଶଂସା କରିଛନ୍ତି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍