ଜାରି ରହିଛି ଡ୍ରାଇଭରଙ୍କ ଷ୍ଟ୍ରିୟରିଂ ଛାଡ଼ ଆନ୍ଦୋଳନ । ଦିନ ରାତି ଆନ୍ଦୋଳନ ଯୋଗୁଁ ଜନଜୀବନ ପ୍ରଭାବିତ ହୋଇଛି । ତେବେ ଡ୍ରାଇଭରଙ୍କ ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଡ୍ରାଇଭର ବନ୍ଧୁମାନଙ୍କର ଦାବିକୁ ଗୁରୁତର ସହ ନେଇ ସମସ୍ତ ଡ୍ରାଇଭର ସଂଘ ସହ ଆଲୋଚନା କରି ସମାଧାନର ରାସ୍ତା ବାହାର କରିବାକୁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର । ସେମାନଙ୍କର ସମାଜରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଓ ରହିବ । ତାଙ୍କ ସହ ଭଲ ଭାବରେ ରାଜ୍ୟ ସରକାର ଆଲୋଚନା ନକରି ରାସ୍ତା ବାହାର ନକରିବା ଗଣତନ୍ତ୍ର ପାଇଁ ଆଦୌ ଶୁଭଙ୍କର ନୁହେଁ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍