ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୋମବାର ଦେଶ ପାଳିବ ୭୬ତମ ସ୍ବାଧୀନତା ଦିବସ । ଏହି ଅବସରରେ ଆଜି ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି । ରାଷ୍ଟ୍ରପତି ଭବନରୁ ଜାରି ପ୍ରେସ୍ ବିଜ୍ଞପ୍ତି ଅନୁସାରେ ଆଜି ସଂଧ୍ୟା ୭ଟାରେ ଅଲ୍ ଇଣ୍ଡିଆ ରେଡିଓର ସମସ୍ତ ଜାତୀୟ ନେଟୱାର୍କ ଏବଂ ଦୂରଦର୍ଶନର ସମସ୍ତ ଚ୍ୟାନେଲରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁଙ୍କ ସମ୍ବୋଧନ ପ୍ରସାରଣ କରାଯିବ । ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଗତ ମାସରେ ଶପଥ ନେବା ପରେ ଦେଶ ଉଦ୍ଦେଶ୍ୟରେ ଏହା ହେବ ତାଙ୍କର ପ୍ରଥମ ସମ୍ବୋଧନ । ଗତ ମାସ ୨୫ରେ ରାଷ୍ଟ୍ରପତି ଭାବେ ସଂସଦ ଭବନର କେନ୍ଦ୍ରୀୟ କକ୍ଷରେ ଶପଥ ଗ୍ରହଣ କରିବା ପରେ ସେ ତାଙ୍କର ପ୍ରଥମ ଅଭିଭାଷଣ ରଖିଥିଲେ ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ