ବିଏମସିର କଡ଼ା ପଦକ୍ଷେପ । ଆଜିଠାରୁ ରାଜଧାନୀରେ କଡ଼ାକଡ଼ି ଭାବେ ପାଳନ ହେବ କୋଭିଡ ଗାଇଡଲାଇନ । ସଚେତନତା ପରେ ଏବେ ଏନଫୋର୍ସମେଣ୍ଟ ଉପରେ ଗୁରୁତ୍ୱ ଦିଆଯାଇଛି । ଭୁବନେଶ୍ୱରରେ ସମସ୍ତ ସପିଂମଲ୍ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଶତ ପ୍ରତିଶତ ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ପ୍ରତି ବ୍ୟାବସାୟିକ ପ୍ରତିଷ୍ଠାନରେ କୋଭିଡ ମନିଟରିଂ ଅଧିକାରୀ ରହିବା ସହ ସାମାଜିକ ଦୂରତା ରକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ହାଟ, ବଜାର, ସପିଂ ମଲ ଓ ବ୍ୟାବସାୟିକ ପ୍ରତିଷ୍ଠାନରେ ଗହଳି ନକରିବାକୁ ବିଏମସି ନିର୍ଦ୍ଦେଶ ଦେଇଛି । ରାଜାଧାନୀ ଭୁବନେଶ୍ବରରେ କରୋନାର ବର୍ଦ୍ଧିତ ସଂକ୍ରମଣକୁ ନଜରରେ ରଖି ବିଏମସି ଏଭଳି ପଦକ୍ଷେପ ଗ୍ରହଣ କରିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା