ଥାନା ଓ ତଦନ୍ତକାରୀ ସଂସ୍ଥା କାର୍ଯ୍ୟାଳୟରେ ସିସିଟିଭି କ୍ୟାମେରା ଲଗାଇବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ଏହାକୁ ମାସକ ଭିତରେ କାର୍ଯ୍ୟକାରୀ କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି । ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ବିଆର ଗଭାଇଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ମାର୍ଚ୍ଚ ୨୯ ତାରିଖ ସୁଦ୍ଧା ଏନେଇ ସତ୍ୟପାଠ ଦାଖଲ କରିବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ନିର୍ଦ୍ଦେଶ ଅନୁପାଳନ କରାନଗଲେ ସଂପୃକ୍ତ ଅଧିକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୋର୍ଟ କହିଛନ୍ତି । ୨୦୧୭ ମସିହାରେ ହୋଇଥିବା ଏକ ମାମଲାକୁ ସୁପ୍ରିମକୋର୍ଟ ବିଚାରକୁ ନେଇ ମାନବ ଅଧିକାର ଉଲଙ୍ଘନ ରୋକିବା ପାଇଁ ସମସ୍ତ ଥାନାରେ ସିସିଟିଭି କ୍ୟାମେରା ଲଗାଇବା, ଅପରାଧ ସ୍ଥଳର ଭିଡିଓଗ୍ରାଫି ଏବଂ ସେଂଟ୍ରାଲ ଓଭରସାଇଟ୍ କମିଠି ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।
More Stories
ଲାଗୁ ହେଲା ଅଷ୍ଟମ ବେତନ ଆୟୋଗ, ଜାଣନ୍ତୁ କେତେ ବଢିବ ଦରମା
ଗଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ସ୍ପେଶାଲ ଟ୍ରାଫିକ୍ ବ୍ୟବସ୍ଥା
2025 ରିପବ୍ଲିକ୍ ଡେ ହାଇଲାଇଟ୍ସ୍