ରାଜ୍ୟର ସମସ୍ତ ଦୋକାନ ଓ ବ୍ୟବସାୟୀକ ଅନୁଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ । ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ତରଫରୁ ଏହାର କଡ଼ାକଡ଼ି ନିରୀକ୍ଷଣ କରାଯିବ । ପୂର୍ବରୁ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ଭାଷାର ନାମଫଳକ ଲେଖିବା ବାଧ୍ୟତାମୂଳକ କରାଯାଇଥିଲା । ଏପର୍ଯ୍ୟନ୍ତ ରାଜ୍ୟର ପୌରାଞ୍ଚଳରେ ମୋଟ ୫୨,୦୦୦ ପଞ୍ଜୀକୃତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ମଧ୍ୟରୁ ପ୍ରାୟତଃ ୪୭,୦୦୦ ପ୍ରତିଷ୍ଠାନରେ ଓଡ଼ିଆର ନାମଫଳକ ଲେଖାଯାଇଛି । କିଛି ଖିଲାପକାରୀ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନମାନଙ୍କ ବିରୋଧରେ ମକଦ୍ଦମା ସହିତ ଜୋରିମାନା ମଧ୍ୟ କରାଯାଇଛି । ଚଳିତ ମାସଠାରୁ ଖିଲାପକାରୀଙ୍କୁ ୭ ଦିନିଆ ନୋଟିସ ଦିଆଯିବ । ଏହାପରେ ମଧ୍ୟ ଯଦି ଅଧିନିୟମର ଅନୁପାଳନ ନହୁଏ, ତେବେ ଦୃଢ କାର୍ଯ୍ୟାନୁଷ୍ଠାନ ସହିତ ଜୋରିମାନା ଓ ଲାଇସେନ୍ସ ରଦ୍ଦ କରାଯିବ । ପ୍ରଥମଥର ଖିଲାପକାରୀଙ୍କୁ ୫୦୦୦ ଟଙ୍କା ଜୋରିମାନା ଏବଂ ଦ୍ୱିତୀୟଥର ଖିଲାପକାରୀଙ୍କୁ ୨୫୦୦୦ ଟଙ୍କା ତଣ୍ଡ ଗଣିବାକୁ ପଡ଼ିବ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍