ବଙ୍ଗୋପସାଗରରେ ଦାନାବନ୍ଧୁଛି ବାତ୍ୟା ।ସୃଷ୍ଟ ଲଘୁଚାପ ଘନିଭୂତ ହୋଇ ଗଭୀର ଅବପାତର ରୂପ ନେବା ପରେ ପଶ୍ଚିମ ଓ ଉତର-ପଶ୍ଚିମ ଦିଗରେ ଗତି କରୁଛି । ଏହା ଆହୁରି ଘନିଭୂତ ହୋଇ ଆଜି ବାତ୍ୟାର ରୂପ ନେଇପାରେ । ଏହା ଆସନ୍ତାକାଲି ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ତତ୍ସଂଲଗ୍ନ ଉତର ତାମିଲନାଡୁ ଉପକୂଳ ମୁହାଁ ହେବ ବୋଲି ପୂର୍ବନୁମାନ କରିଛି ପାଣିପାଗ ବିଭାଗ । ଏହା ପରେ ଦକ୍ଷିଣ ଆନ୍ଧ୍ର ଉପକୂଳର ସମାନ୍ତରାଳ ଭାବେ ଉତର ଦିଗରେ ଗତି କରିବାର ଆଶଙ୍କା ରହିଛି । ୫ ତାରିଖ ପୂର୍ବାହ୍ନରେ ଆନ୍ଧ୍ର ଉପକୂଳର ନେଲୋର ଓ ମଛିଲିପଟନମ୍ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି । ବାତ୍ୟା ସ୍ଥଳଭାଗ ଛୁଇଁବା ବେଳେ ପବନ ଘଂଟା ପ୍ରତି ୧୦୦ କିଲୋମିଟର ବେଗର ଝଟକା ଦେଇପାରେ । ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଏବଂ ପୁଡୁଚେରୀ ଉପକୂଳବର୍ତି ଅଂଚଳ ପାଇଁ ବାତ୍ୟା ସତର୍କତା ଜାରି କରିଛି ପାଣିପାଗ ବିଭାଗ ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି