ସରକାରଙ୍କ ଫୋକସରେ କେନ୍ଦୁପତ୍ର ହିତାଧିକାରୀ । ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୨୦୨୨ ଶସ୍ୟବର୍ଷର ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏହା ଦ୍ୱାରା ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ । ଏହି ବୋନସ୍ ଓ ପ୍ରୋତ୍ସାହନ ରାଶି ଚଳିତ ଜୁଲାଇ ମାସରେ ପାଇବେ । ୨୦୨୨ ଶସ୍ୟବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ୨୫ ପ୍ରତିଶତ ବୋନସ୍ ଓ ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୫ ପ୍ରତିଶତ ପ୍ରୋତ୍ସାହନ ରାଶି, ଏହିପରି ମୋଟ ୫୬.୨୩ କୋଟି ଟଙ୍କା ସହାୟତା ପ୍ରଦାନ କରାଯିବ । ଏହି ତୃତୀୟ ପର୍ଯ୍ୟାୟକୁ ମିଶାଇ ୨୦୨୨ ଶସ୍ୟବର୍ଷ ପାଇଁ କେନ୍ଦୁପତ୍ର ହିତାଧିକାରୀମାନଙ୍କୁ ବୋନସ୍, ପ୍ରୋତ୍ସାହନ ରାଶି ଓ ଆର୍ଥିକ ସହାୟତା ବାବଦକୁ ଦିଆଯାଇଥିବା ମୋଟ ସହାୟତା ପରିମାଣ ୨୫୦.୭୮ କୋଟି ଟଙ୍କା ହେବ । ଯାହା କି ଗୋଟିଏ ଫସଲ ବର୍ଷରେ ସର୍ବକାଳୀନ ରେକର୍ଡ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ