ଗୁଡ଼ି ଉଡାଇବା ସମୟରେ ସତର୍କତା ଅବଲମ୍ବନ କରିବା ସହ ବିପଦଜନକ ମାଞ୍ଜା ସୂତା ବ୍ୟବହାର ନ କରି ସାଧାରଣ ସୂତାରେ ଗୁଡ଼ି ଉଡାଇବାକୁ ଓଡିଶା ପୋଲିସ ପରାମର୍ଶ ଦେଇଛି । ମାଞ୍ଜା ସୂତା ବ୍ୟବହାର କରି ଗୁଡ଼ି ଉଡାଇବା ଆଇନତଃ ଦଣ୍ଡନୀୟ ବୋଲି କମିଶନରେଟ୍ ପୋଲିସ ପକ୍ଷରୁ କୁହାଯାଇଛି । ବିପଦଜନକ ମାଞ୍ଜା ସୂତା ବିକ୍ରୟ କିମ୍ବା ବ୍ୟବହାର ଉପରେ ଲାଗିବ ରୋକ୍ । ଗୁଡ଼ି ଉଡ଼ାଇବା ବେଳେ ନିୟମ ଅବମାନନା କଲେ ହେବ କାର୍ଯ୍ୟନୁଷ୍ଠାନ । ମକର ସଂକ୍ରାନ୍ତିରେ ଗୁଡ଼ି ଉଡାଇବାର ପରମ୍ପରା ରହିଛି । ଗୁଡ଼ି ଉଡାଇବା ପାଇଁ ମାଞ୍ଜା ସୂତା ବ୍ୟବହାର କରିଥାନ୍ତି ଲୋକେ । ଏହି ସୂତା ଅନେକ ଲୋକଙ୍କ ଜୀବନ ନେଇଥାଏ । ତେଣୁ ଗୁଡ଼ି ଉଡାଇବା ବେଳେ ମାଞ୍ଜା ସୂତା ବ୍ୟବହାର ନକରିବାକୁ ଅପିଲ କରିଛି କମିଶନରେଟ୍ ପୋଲିସ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା